ରାତି ସାରା ଚାଲିଲା ବିଧାନସଭା । ବିଧାନସଭାରେ ପାରିତ ହେଲା ଓଡ଼ିଶା ବିଶ୍ଵବିଦ୍ୟାଳୟ ସଂଶୋଧନ ବିଲ୍ । ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ବିଲ ୨୦୨୪ ବିଲ୍ ଆଗତ ହେବା ପରେ ଆରମ୍ଭ ହୋଇଥିଲା ଆଲୋଚନା । ଗୃହରେ ସାଢେ ୧୨ ଘଣ୍ଟା ଆଲୋଚନା ହୋଇଥିଲା । ଅପରାହ୍ଣ ୪ଟାରୁ ଭୋର ୪ଟା ୩୦ମିନିଟ ପର୍ଯ୍ୟନ୍ତ ଜୋରଦାର ବିତର୍କ ହେଲା । ବିରୋଧୀ ଦଳ ବିଧାୟକ ବିଲକୁ ସିଲେକ୍ଟ କମିଟିକୁ ପଠାଇବାକୁ ଦାବି କରୁଥିବା ବେଳେ ଶାସକ ଦଳର ବିଧାୟକ ପାରିତ ହେବା ନେଇ ଯୁକ୍ତି ବାଢିଥିଲେ । ମୂଳ ବିଲରେ ମୋଟ ୧୮ଟି କ୍ଲଜ ଏବଂ ଗୋଟିଏ ଅନୁସୂଚୀ ରହିଥିବାବେଳେ, ବିରୋଧୀ ଓଡିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ ୨୦୨୪ରେ ୧୨ଟି କ୍ଲଜରେ ସଂଶୋଧନ ପ୍ରସ୍ତାବ ରଖିଥିଲେ। ପ୍ରତ୍ୟେକ ସଂଶୋଧନ ପ୍ରସ୍ତାବ ଉପରେ ବିରୋଧୀ ଦଳ ପକ୍ଷରୁ ଶଙ୍କା ଆଶଙ୍କା ପ୍ରକାଶ କରି ସରକାରଙ୍କୁ ସ୍ପଷ୍ଟୀକରଣ ମଗାଯିବା ସହ ସରକାରଙ୍କ ପକ୍ଷରୁ ଉତ୍ତର ଦିଆଯାଇଥିଲା। ପରିଶେଷରେ ବିରୋଧୀ ସଦସ୍ୟଙ୍କ ସମସ୍ତ ସଂଶୋଧନ ପ୍ରସ୍ତାବ କାଟ ଖାଇଥିଲା। ଅନ୍ୟପଟେ ଆଜି ସକାଳେ ବିଧାନସଭାରେ ଆଲୋଚନା ପରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ ୨୦୨୫ ମଧ୍ୟ ପାରିତ ହୋଇଯାଇଛି।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ