୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା

ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ସହ ଉପକୂଳ ଜିଲ୍ଲାମାନଙ୍କରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆଜି ୩ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିବା ବେଳେ ୭ ସହରର ତାପମାତ୍ରା ୩୯ ଡିଗ୍ରି ଉପରେ ରହିଥିଲା। ଆସନ୍ତାକାଲି କୋରାପୁଟ୍, ମାଲକାନଗିରି , ରାୟଗଡ଼ା, ଜଗପତି  ଓ ଗଞ୍ଜାମରେ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ଆଶଙ୍କା ରହିଛି। ୮ ତାରିଖ ଦିନ କୋରାପୁଟ୍, ମାଲକାନଗିରି, ରାୟଗଡ଼ା, ମୟୁରଭଞ୍ଜ , ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ‌ସେହିଭଳି ୯ ତାରିଖ ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ‌ଗତ ୨୪ ଘଣ୍ଟା ମଧ୍ୟରେ ପାରଳାଖେମୁଣ୍ଡିରେ ୧ମିମି ବର୍ଷା ରେକର୍ଡ କରାଯାଇଛି। ଟିଟିଲାଗଡ଼ରେ ସର୍ବାଧିକ ୪୦.୫ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୋନପୁରରେ ୪୦.୧ ଓ ବୌଦ୍ଧ ୪୦ ଡିଗ୍ରି ରେକର୍ଡ କରାଯାଇଛି।

Leave a comment