ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ଠୁ ଖରା ଛୁଟି ଘୋଷଣା କଲେ ସରକାର
ସରକାର ଅଙ୍ଗନବାଡି , ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ , ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ନିମନ୍ତେ ସମୀକ୍ଷା କରିବା ପରେ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସେହିପରି ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଏପ୍ରିଲ ୨୩ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡ଼ିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି ।