ପହଲଗାମ ଆତଙ୍କୀ ଆକ୍ରମଣ ଘଟଣା: ପ୍ରଶାନ୍ତ ଶତପଥୀଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ୱର ଇଶାଣୀ ଗ୍ରାମରେ ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଆଜି ନିଜ ଗ୍ରାମରେ ପହଂଚିଛି । ସାରା ଗାଁ ଶୋକରେ ବୁଡିଛି, ଆଉ ପ୍ରଶାନ୍ତଙ୍କ ଶେଷ ଦର୍ଶନ ପାଇଁ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶେଷ ଦର୍ଶନରେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ଅନ୍ୟ କିଛି ଦଳୀୟ ନେତା । ମୁଖ୍ୟମନ୍ତ୍ରୀ ପ୍ରଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶେଷ ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ନିଜେ ଭାବବିହ୍ୱଳ ହୋଇପଡିଥିଲେ । ମୁଖ୍ୟମନ୍ତ୍ରୀ ଏଭଳି ବର୍ବର କାଣ୍ଡକୁ କଡା ନିନ୍ଦା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।  ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି କି, ପ୍ରଶାନ୍ତଙ୍କ ପତ୍ନୀଙ୍କ ପାଇଁ ସରକାରୀ ଚାକିରିର ବ୍ୟବସ୍ଥା କରାଯିବ ।

Leave a comment