ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଚାରମିନାର ଅଞ୍ଚଳର ଗୁଲଜାର ହାଉସ୍ ନିକଟରେ ଥିବା ଏକ କୋଠାରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ସୂଚନା ପାଇ ପୁଲିସ ଏବଂ ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଅଗ୍ନିକାଣ୍ଡ ରବିବାର ସକାଳ ୫ଟାରୁ ୬ଟା ମଧ୍ୟରେ ଘଟିଥିଲା। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।ଏହି କୋଠାରେ ଚାରିଟି ପରିବାରର ବହୁ ଲୋକ ଏବେ ବି ଫସି ରହିଛନ୍ତି। ଏପର୍ଯ୍ୟନ୍ତ ଯେଉଁମାନଙ୍କୁ ସ୍ଥାନାନ୍ତର କରାଯାଇଛି ସେମାନଙ୍କ ମଧ୍ୟରେ ତିନି ଜଣ ଶିଶୁ ସମେତ ୧୪ ଜଣ ଅଛନ୍ତି। ସମସ୍ତେ ଗୁରୁତର ଭାବରେ ପୋଡ଼ି ଯାଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ବୋଲି କୁହାଯାଉଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଏହି କୋଠାରେ ୩୦ରୁ ଅଧିକ ଲୋକ ରହୁଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ଭଡାଟିଆ ଥିଲେ।
Trending
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
- କେଜରିୱାଲଙ୍କୁ ମିଳିଲା ସରକାରୀ କ୍ବାର୍ଟର