ଆପଣ ସତର୍କ ରୁହନ୍ତୁ କାରଣ ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି। ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକ ଜିଲ୍ଲାରୁ ୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଣେ ପୁରୀ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ଏହି ପ୍ରଜାତି ୨୦୨୩ ଅଗଷ୍ଟରେ ଚିହ୍ନଟ ହୋଇଥିଲା। ଏହା ଓମିକ୍ରନ୍ର ଏକ ଉପପ୍ରଜାତି; ସେତେଟା ଘାତକ ନୁହେଁ। ଏଥିରେ ମଧ୍ୟମ ଧରଣର ଜ୍ବର, କାଶ ଓ ଥଣ୍ଡା ହୋଇଥାଏ। ତେବେ ବୟସ୍କ ଓ ଏକାଧିକ ଜଟିଳ ରୋଗ ଥିବା ବ୍ୟକ୍ତିମାନଙ୍କ ପାଇଁ ଏହା ଘାତକ ହୋଇପାରେ। ତେଣୁ ଏହି ବର୍ଗର ଲୋକମାନେ କୋଭିଡ୍ ନିର୍ଦ୍ଦେଶାବଳୀକୁ ପାଳନ କରିବାର ଆବଶ୍ୟକତା ରହିଛି।