ଆଜି ପରେ ବଢିବ ତାତି

ରାଜ୍ୟରେ ଏବେ ପାଗ ଆଂଶିକ ମେଘୁଆ ରହୁଥିବା ବେଳେ ଉପରବେଳା ଘଡ଼ଘଡ଼ି ସହ ବର୍ଷା ହେଉଛି। ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ ଉଷ୍ମ, ଆର୍ଦ୍ର ପରିବେଶ ଯୋଗୁଁ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ଏହି ପାଗ ଜାରି ରହିବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, ରାୟଗଡ଼ା, ମ‌ାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ପରିବେଶ ଜାରି ରହିବ। ଫଳରେ ଭୀଷଣ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଏହାପରେ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବରର ଆକାଶ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

Leave a comment