ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦାରୁ ଦିଅଁଙ୍କ ଦିବ୍ୟସ୍ନାନ ପାଇଁ ସଜେଇ ହୋଇଛି ସ୍ନାନବେଦୀ । ରତ୍ନ ସିଂହାସନରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର, ଲୋକାରଣ୍ୟ ହୋଇଛି ବଡଦାଣ୍ଡ । ମହାପ୍ରଭୁଙ୍କୁ ହାତୀ ବେଶରେ ଦର୍ଶନ କରିବାକୁ ହଜାର ହଜାର ଭକ୍ତଙ୍କ ଗହଳି ଜମିଲାଣି । ୧୦୮ ଗରା ସୁବାଷିତ ଜଳରେ ସ୍ନାନ କରିବେ ମହାପ୍ରଭୁ ।ଧାଡି ପହଣ୍ଡିରେ ଆସି ସ୍ନାନ ବେଦୀ ବିଜେ କରି ସାରିଛନ୍ତି ବଡଭାଈ ଶ୍ରୀବଳଭଦ୍ର । ତାଙ୍କ ପୂର୍ବରୁ ଚକ୍ରରାଜ ସୁଦର୍ଶନ ବିଜେ କରିଛନ୍ତି । ପରେ ପରେ ଆସିଛନ୍ତି ଭଉଣୀ ସୁଭଦ୍ରା ଓ ବ୍ରହ୍ମାଣ୍ଡ ଗୋସାଇଁ ଶ୍ରୀ ଜଗନ୍ନାଥ । ପୁରୀରେ ପ୍ରବଳ ଗରମ ଓ ଗୁଳୁଗୁଳି ହେଉଥିବା ବେଳେ ପ୍ରାଣମୟ ଠାକୁରଙ୍କୁ ସ୍ନାନବେଦୀରେ ଦର୍ଶନ କରିବାକୁ ଭକ୍ତଙ୍କ ଗହଳି ପରିଲିଖିତ ହୋଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post