ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ ଧର୍ମଶାଳା ବିଧାୟକ, ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହିଛନ୍ତି । ଯାଜପୁର ଜିଲ୍ଲାରେ କିଛି ଆକ୍ରାନ୍ତଙ୍କ ପାଖରେ କଲେରା ବ୍ୟାକ୍ଟେରିଆ ଚିହ୍ନଟ ପରେ ଚିନ୍ତା ବଢିଛି। ଏହାର ଅନୁଧ୍ୟାନ ପାଇଁ କେନ୍ଦ୍ରୀୟ ଟିମ୍ ଯାଜପୁର ଗସ୍ତ କରିଛନ୍ତି। ଜିଲ୍ଲାରେ ଝାଡାବାନ୍ତିରେ ମୋଟ ମୃତ୍ୟୁସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ମୃତକ ଖଇରାବାଦ ଓ କୋଟବସନ୍ତ ଅଞ୍ଚଳର । ଯାଜପୁରରେ ୧୧ କଲେରା କେସ୍ ଚିହ୍ନଟ ହେବା ପରେ ଅସ୍ବାସ୍ଥ୍ୟକର ଖାଦ୍ୟ ଏବଂ ପାଣି ନପିଇବାକୁ ପରାମର୍ଶ ଦିଆଯାଇଛି । ସମ୍ପୃକ୍ତ ଅଂଚଳଗୁଡିକରେ ଥିବା ଜଳଉତ୍ସ ଗୁଡିକୁ ବିଶୋଧନ କରାଯିବା ସହ ଲୋକମାନଙ୍କୁ ସଚେତନ କରାଯାଉଛି ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post