ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ ଧର୍ମଶାଳା ବିଧାୟକ, ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହିଛନ୍ତି । ଯାଜପୁର ଜିଲ୍ଲାରେ କିଛି ଆକ୍ରାନ୍ତଙ୍କ ପାଖରେ କଲେରା ବ୍ୟାକ୍ଟେରିଆ ଚିହ୍ନଟ ପରେ ଚିନ୍ତା ବଢିଛି। ଏହାର ଅନୁଧ୍ୟାନ ପାଇଁ କେନ୍ଦ୍ରୀୟ ଟିମ୍ ଯାଜପୁର ଗସ୍ତ କରିଛନ୍ତି। ଜିଲ୍ଲାରେ ଝାଡାବାନ୍ତିରେ ମୋଟ ମୃତ୍ୟୁସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ମୃତକ ଖଇରାବାଦ ଓ କୋଟବସନ୍ତ ଅଞ୍ଚଳର । ଯାଜପୁରରେ ୧୧ କଲେରା କେସ୍ ଚିହ୍ନଟ ହେବା ପରେ ଅସ୍ବାସ୍ଥ୍ୟକର ଖାଦ୍ୟ ଏବଂ ପାଣି ନପିଇବାକୁ ପରାମର୍ଶ ଦିଆଯାଇଛି । ସମ୍ପୃକ୍ତ ଅଂଚଳଗୁଡିକରେ ଥିବା ଜଳଉତ୍ସ ଗୁଡିକୁ ବିଶୋଧନ କରାଯିବା ସହ ଲୋକମାନଙ୍କୁ ସଚେତନ କରାଯାଉଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post