ପ୍ରବଳ ବର୍ଷା ନେଇ ୫ ରାଜ୍ୟକୁ ରେଡ ଆଲର୍ଟ
ପ୍ରବଳ ବର୍ଷା ନେଇ ୫ ରାଜ୍ୟକୁ ରେଡ ଆଲର୍ଟ ହୋଇଛି । ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆସାମ ଓ ମେଘାଳୟ ରାଜ୍ୟକୁ ରେଡ ଆଲର୍ଟ ଜାରି କରାଯାଇଛି । ସୁସ୍ପଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ଆଲର୍ଟ କରାଯାଇଛି ।ସୂଚନା ଅନୁସାରେ ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଏବଂ ପୂର୍ବ ଭାଗରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ସୃଷ୍ଟି ହୋଇଛି। ଏହି ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ସାରା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।