ଜୁନ 2୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ
ଆସନ୍ତା ୨୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନଜରରେ ରଖି ୨ ସହରର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସିବେ । ସେଦିନ ସେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ଥିବାବେଳେ ଟ୍ରାଫିକ୍ ସମସ୍ୟା ଆଶଙ୍କା କରି ସ୍କୁଲ୍ ଛୁଟି ପାଇଁ ଗଣ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।