ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା

ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୨ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ନୂଆପଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁଲାଇ ୧୩ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା ଓ କୋରାପୁଟ ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଜୁଲାଇ ୧୪ ତାରିଖ ପାଇଁ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକା ବର୍ଷା ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଜୁଲାଇ ୧୫ ତାରିଖରେ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଜୁଲାଇ ୧୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଜୁଲାଇ ୧୭ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଜୁଲାଇ ୧୮ରୁ ୨୧ ତାରିଖ ଯାଏଁ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave a comment