ଆସନ୍ତାକାଲି ଠାରୁ ପ୍ରବଳ ବର୍ଷା

ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଫଳରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି। ମାଲକାନାଗିରି, କୋରାପୁଟ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଜପତି, କନ୍ଧମାଳ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ମୟୁରଭଞ୍ଜରେ ମଧ୍ୟ ବର୍ଷା ହେବ। ବର୍ଷା ସହ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦କି.ମି. ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a comment