ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ଏଥିରେ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ମନୋନୀତ କରାଯାଇଛି। ତରଙ୍ଗ ସିନେ ପ୍ରଡକ୍ସନ୍ସ ପ୍ରସ୍ତୁତ ଏବଂ ସବ୍ୟସାଚୀ ମିଶ୍ରଙ୍କ ଅଭିନୀତ ଫିଲ୍ମ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଘୋଷଣା କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି ।

ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’ ନାଦବିନ୍ଦୁରୁ ଅନୁପ୍ରାଣିତ ସିନେମା । ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି । ଏହି  ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ ସବ୍ୟସାଚୀ ମିଶ୍ର ଅଭିନୟ କରିଛନ୍ତି। ୨୦୨୩ ଗଣେଶ ପୂଜା ଦିନ ମୁକ୍ତିଲାଭ କରିଥିଲା। ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ନିଚ୍ଛକ ଅଭିନୟ ଦର୍ଶକଙ୍କୁ ଆକର୍ଷିତ କରିଥିଲା ।

ଏହା ଶଙ୍କର ତ୍ରିପାଠୀଙ୍କ ମୂଳ ଉପନ୍ୟାସ ‘ନାଦବିନ୍ଦୁ’ ଉପରେ ଆଧାରିତ ଥିଲା। ଏଥିରେ ଓଡ଼ିଆ ପ୍ରଥା ପରମ୍ପରାରେ ମୃତ୍ୟୁ ସମୟରେ ପୁଷ୍କର ଲାଗିଲେ ତାହାକୁ କିପରି ଛଡାଯାଏ ଏବଂ ସେଥିପାଇଁ କିପରି ପରମ୍ପରା ପାଳନ ହୁଏ ଚଳଚ୍ଚିତ୍ରରେ ତାହା ଦୃଶ୍ୟମାନ ହୋଇଥିଲା। ଚଳଚ୍ଚିତ୍ରଟି ୨୦୨୩ ସେପ୍ଟେମ୍ବର ୧୯ରେ ମୁକ୍ତିଲାଭ କରିଥିଲା। ଶୁଭ୍ରାଂଶୁଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ସବ୍ୟସାଚୀଙ୍କ ନିଖୁଣ ଅଭିନୟକୁ ବିପୁଳ ଦର୍ଶକୀୟ ଆଦୃତି ମିଳିଥିଲା। ଏଥିସହ ଚଳଚ୍ଚିତ୍ରରେ ପୁରୀର ଜାଗାଘର, ସାହିଯାତ ଓ ଡଙ୍ଗାଭସା ଭଳି ପରମ୍ପରାକୁ କାହାଣୀ ମାଧ୍ୟମରେ ସୁନ୍ଦର ଭାବରେ ଦେଖାଯାଇଛି।

Leave a comment