ଆଜିର ରାଶିଫଳ
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ବହୁ ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ପ୍ରଶଂସା ମିଳିବ। ଖାଦ୍ୟ ରୁଚିପୂର୍ଣ୍ଣ ହେବ। ସପତ୍ନୀକ ଆନନ୍ଦ ଉପଭୋଗ କରିବେ। କର୍ମଠ ହେବେ।
ବୃଷ: ଭାଇ, ବନ୍ଧୁ, ଜ୍ଞାତି, କୁଟୁମ୍ବଙ୍କ ସହାୟତାରେ ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ସୁସ୍ଥ ରହିବେ।
ମିଥୁନ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହେବେ। ବିଭିନ୍ନ ସୂତ୍ରରୁ ଅର୍ଥାଗମ ହୋଇ ଭଣ୍ଡାର ପରିପୂର୍ଣ୍ଣ ହେବ। ପୁତ୍ର ସୁଖରେ ସୁଖୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।
କର୍କଟ: କାର୍ଯ୍ୟ ଯେତେ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ସୁନିର୍ବାହ କରି ଉଚିତ୍ ପ୍ରାପ୍ୟ ହାସଲ କରିପାରନ୍ତି। ଯଦିଓ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିବ। କିଛି ସମୟରେ ସୁଧାର ଆସିପାରେ।
ସିଂହ: ବିଭିନ୍ନ ସ୍ତରରୁ ଏପରିକି ଦାନାଦି ସୂତ୍ରରୁ ଅର୍ଥାଗମ ହୋଇ ଆର୍ଥିକ ସ୍ଥିତିକୁ ଦୃଢ଼ କରିବ। ଦେବ ଦର୍ଶନ ପାଇ ଆତ୍ମସନ୍ତୋଷ ଲାଭ କରିବେ। ଉପୁଜିଥିବା ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍ ହେବେ।
କନ୍ୟା: ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ମତିଜ୍ଞ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। କୀର୍ତ୍ତିମାନ୍ ହେବେ। ଅତି ସୁଖୀ, ସହିଷ୍ଣୁ ଓ ହୃଷ୍ଟଚିତ୍ତ ହେବେ। ମନ ପ୍ରଫୁଲ୍ଲ ରହିବ।
ତୁଳା: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ନୂଆ ବନ୍ଧୁ ଜୁଟିବେ।
ବିଛା: ବିବାଦୀୟ ବିତର୍କରେ ଭାଗ ନ ନେଇ କେବଳ ନିରବ ଦର୍ଶକ ସାଜିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ଜ୍ଞାନୀ ହେବେ।
ଧନୁ: ଜ୍ଞାନ ପିପାସୁ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରିବେ। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ।
ମକର: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦରେ ବିଜୟୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
କୁମ୍ଭ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତାଧାରୀ ହୋଇପାରନ୍ତି। କ୍ଷମତାର ବିକେନ୍ଦ୍ରୀକରଣ କରି ଅଧସ୍ତନଙ୍କ ନମସ୍ୟ ହେବେ। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ।
ମୀନ: ଆର୍ଥିକ ସ୍ଥିତିରେ ନିଅଁଟିଆ ପରିସ୍ଥିତି ଉପୁଜିପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।