ଆଜି ଠୁ ଦକ୍ଷିଣ ଓଡ଼ିଶାରେ ବର୍ଷା

ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୧୨ ତାରିଖ(ମଙ୍ଗଳବାର)ଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ଆରମ୍ଭ ହେବ। ୧୨ ଓ ୧୩ ତାରିଖରେ କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ଏବଂ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହାବ୍ୟତୀତ ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ପବନର ଆଶଙ୍କା ରହିଛି।

Leave a comment