ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଢ଼ୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା । ଏଥିରେ ଲେଖାଯାଇଛି ମନ୍ଦିର ଭାଙ୍ଗିବ ଆତଙ୍କବାଦୀ। ଏହା ସହ ଫୋନ୍ ନମ୍ବର ମଧ୍ୟ ଦିଆଯାଇଛି। ଫୋନ୍ କର, ନକଲେ ମହାତାଣ୍ଡବ ବୋଲି ଲେଖାଯାଇଛି । ଏହା ଭିତରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନାଁ ମଧ୍ୟ ଲେଖାଯାଇଛି ।
ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି । ତେବେ କିଏ ଓ କାହିଁକି କରିଛି ତାହା ଜଣାପଡ଼ିନାହିଁ । ଏକାଧିକ ସ୍ଥାନରେ ସିସିଟିଭି ଲାଗିଛି । ସିକ୍ୟୁରିଟି ଗାର୍ଡ ମଧ୍ୟ ମୁତୟନ ହୋଇଛନ୍ତି । ହେଲେ ଆତଙ୍କବାଦୀଙ୍କ ନାଁ ନେଇ ଏପରି ଲେଖିଲା କିଏ? ତା’କୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ ।
ସେପଟେ ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ସାଢ଼େ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀ ବିଗ୍ରହମାନଙ୍କର ଏହି ରାହୁରେଖାଲାଗି ନୀତି କରାଯିବ ।