ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ

ଉତ୍ତର-ପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ସଂଲଗ୍ନ ଅଞ୍ଚଳ ଉପରେ ଲଘୁଚାପ ସକ୍ରିୟ ରହିଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉପରେ ଦକ୍ଷିଣ ଆଡ଼କୁ ଢଳି ରହିଛି। ଶୁକ୍ରବାର ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ସେହିପରି ମୌସୁମୀ ଟ୍ରଫ ଏବେ ହାରାହାରି ସମୁଦ୍ର ପତ୍ତନରେ ବିକାନେର, ବନସ୍ଥଳୀ, ଗୁନା, ଦାମୋହ, ବିଳାସପୁର, କଳିଙ୍ଗପଟନମ ଓ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଅତିକ୍ରମ କରୁଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି।

Leave a comment