ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟର ୭ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସମ୍ବଲପୁର, ନୂଆପଡ଼ା ଏବଂ ସୋନପୁର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଅଗଷ୍ଟ ୧୯ ତାରିଖରେ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୩ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରି ସତର୍କ କରାଯାଇଛି । ଏହି ୩ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ ରାୟଗଡ଼ା ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅଗଷ୍ଟ ୨୦ ତାରିଖ ପାଇଁ ମଧ୍ୟ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେପଟେ ଅଗଷ୍ଟ ୨୧ ଓ ୨୨ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।