ଓଡ଼ିଶାର ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଆବଶ୍ୟକୀୟ ସାର ଯୋଗାଣ କରିବାକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କ ଚିଠି ଲେଖି ଦାବି କରିଛନ୍ତି। ରାଜ୍ୟରେ ଏବେ ସାର ଯୋଗାଣକୁ ନେଇ ଅବ୍ୟବସ୍ଥା। ମାର୍କଫେଡ୍ ଚାଷୀଙ୍କୁ ସାର ଯୋଗାଇବା ବଦଳରେ ଡିଲର୍ଙ୍କୁ ରିହାତି ଦରରେ ସାର ବିକୁଛି। ଚାଷୀ ଯେଉଁ ସମୟରେ ବିଲରେ କାମ କରିବା କଥା, ସାର ନଥିବାରୁ ରାସ୍ତାରେ ଆନ୍ଦୋଳନ କରୁଛି। ଓଡ଼ିଶାରେ ୭.୯୪ଲକ୍ଷ ଟନ୍ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବି କରୁଥିବାବେଳେ ଚାଷୀ କିନ୍ତୁ ସାର ପାଉନି। ୟୁରିଆ ସରକାରୀ ଦର ଠାରୁ ଅଧିକ ଦାମ୍ରେ ବିକ୍ରି ହେଉଛି। ସାରା ରାଜ୍ୟରେ ଏବେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ ହେଉଛି। ବଜାରରେ ୟୁରିଆ ମିଳୁନଥିବାରୁ ଚାଷୀକୂଳ ହନ୍ତସନ୍ତ ହେଉଛନ୍ତି। ବିଶେଷକରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି। ଏଭଳି ସ୍ଥିତିରେ କଳାବଜାରୀକୁ ତୁରନ୍ତ ରୋକାଯାଉ, ସମବାୟ ସମିତି ମାଧ୍ୟମରେ ଯେଉଁ ସରକାରୀ ଅଧିକାରୀ, ଡିଲରମାନେ କଳାବଜାରୀ କରୁଛନ୍ତି ସେମାନଙ୍କୁ ଧରି ଦଣ୍ଡ ଦିଆଯାଉ। କୃଷି ଓଡ଼ିଶା ଅର୍ଥନୀତିର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକ କୃଷି ଉପରେ ନିର୍ଭର କରନ୍ତି। ୨୦୦୦ମସିହାରେ ଚାଉଳ ପାଇଁ ଅନ୍ୟ ରାଜ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ପାଲଟିଛି। କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡ଼ିଶାକୁ ଏ ସଫଳତା ଆଣି ଦେଇଥିଲା। କିନ୍ତୁ ସ୍ଥିତି ଏବେ ସଙ୍ଗିନ୍।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post