ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ କାଁ ଭାଁ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଶୁକ୍ରବାର କଟକରେ ୪୯.୨ ମି.ମି. ବର୍ଷା ହୋଇଥିବାବେଳେ ଭୁବନେଶ୍ବର ୩୨.୬, କେନ୍ଦୁଝର ୧୨ ଏବଂ ଜଗତସିଂହପୁରରେ ୧୯.୩ ମି.ମି. ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

Leave a comment