ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱର ଆନୁକୂଲ୍ୟରେ ଏକ ଦୁଇଦିନିଆ କ୍ୟାରିୟର୍ ପ୍ରଦର୍ଶନୀ ଭୁବନେଶ୍ୱରସ୍ଥିତ ପିଏଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ନଂ-୩ରେ ଉଦଯାପିତ ହୋଇଯାଇଛି । ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷା ପ୍ରଫେସର ମାନସୀ ଗୋସ୍ୱାମୀ ଏହାକୁ ଉଦ୍ଘାଟନ କରି କହିଛନ୍ତି, ‘ଜାତୀୟ ଶିକ୍ଷାନୀତି ୨୦୨୦’ ଆଧାରରେ ଶିକ୍ଷାର ଗୁଣାତ୍ମକ ବିକାଶ ସହ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଦିଗରେ ଏଭଳି ପ୍ରଦର୍ଶନୀ ଦିଗଦର୍ଶନ କରିଥାଏ । ଏହା ସେଚେତନତା ଓ ସକାରାତ୍ମକ କ୍ୟାରିୟର ପାଇଁ ଆଲୋକବର୍ତ୍ତିକା ବୋଲି ସେ କହିଥିଲେ । କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡ. ଏ.କେ. ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ। କେଭିଏସ୍ ଭୁବନେଶ୍ୱର ଅଞ୍ଚଳର ଡେପୁଟି କମିସନର ଡ. ଶିହରଣ ବୋଷ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏକବିଂଶ ଶତାବ୍ଦୀର ବଦଳୁଥିବା କ୍ୟାରିୟରଗୁଡ଼ିକର ଉପରେ ଆଲୋକପାତ କରିଥିଲେ । ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ଶିକ୍ଷା ବିଭାଗମୁଖ୍ୟ ପ୍ରଫେସର ଲକ୍ଷ୍ମୀଧର ବେହେରା ପ୍ରଦର୍ଶନୀ ଆୟୋଜନର ଆବଶ୍ୟକତା ଉପରେ ବିଶଦ ଭାବେ କହିଥିଲେ । ପ୍ରତିଷ୍ଠାନ ପକ୍ଷରୁ ଏହି ଦୁଇଦିନିଆ କାର୍ଯ୍ୟକ୍ରମରେ ଜବାହର ନବୋଦୟ ବିଦ୍ୟାଳୟ, ନୟାଗଡ଼ର ଅଧ୍ୟକ୍ଷା ଶ୍ରୀମତୀ ସନ୍ଧ୍ୟା ମହାନ୍ତି, ଲେଫ୍ଟନାଣ୍ଟ ପ୍ରଫେସର ରଶ୍ମିରେଖା ସେଠୀ, ଡ. ପୁଷ୍ପଲତା ନେଗୀ, ଶ୍ରୀ ବି.ଏନ୍. ଷଡ଼ଙ୍ଗୀ ଓ ଅନ୍ୟ ଶିକ୍ଷକ ବୃନ୍ଦ ଯୋଗ ଦେଇଥିଲେ । ସହକାରୀ ପ୍ରଫେସର ଡ. ଭି. ଶଶିକଳାଙ୍କ ସଂଯୋଜନାରେ ହୋଇଥିବା ଏହି ପ୍ରଦର୍ଶନୀରେ ଭୁବନେଶ୍ୱରର ବିଭିନ୍ନ ବିଦ୍ୟାଳୟର ୧୨ଶହରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିବାବେଳେ ସେମାନଙ୍କୁ ପ୍ରାୟ ୪୫ରୁ ଅଧିକ କ୍ୟାରିୟର ବିଷୟରେ ଅବଗତ କରାଯାଇଥିଲା । ପ୍ରଫେସର ହୃଷୀକେଶ ସେନାପତି ଓ ପ୍ରଫେସର ଶଙ୍କର ପ୍ରସାଦ ମହାନ୍ତିଙ୍କ ସମେତ ବହୁ ଶିକ୍ଷାବିତ୍ ପ୍ରଦର୍ଶନୀ ବୁଲି ଦେଖିବା ସହିତ ବିଦ୍ୟାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ