ମନୋଜ-କିଶୋର ସାହିତ୍ୟ ପ୍ରତିଭା ପୁରସ୍କାର ପରିମାଣ ୨ ଲକ୍ଷ ଟଙ୍କାକୁ ବୃଦ୍ଧି

manor-kishore-award

ମେଟ୍ରୋଟିଭିଓଡିଶା(୨୬.୪.୨୦୨୨)

ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ୨୦୨୧ ମଇ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ ଏବଂ ଏହାର ନିୟମାବଳୀ ମଧ୍ୟ ପ୍ରକାଶିତ ହୋଇଥିଲା। ତେବେ ବିଭିନ୍ନ ସ୍ତରରେ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିଙ୍କର ମତାମତ ସଂଗ୍ରହ କରାଯାଇ ଏହି ପୁରସ୍କାରରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକ ମାନଙ୍କୁ ଆନ୍ତର୍ଜାତୀୟ ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଥିଲା। ନୂତନ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଭାରତୀୟ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ।


ସେହିପରି ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏଥିନିମନ୍ତେ ଉଭୟ ଓଡ଼ିଆ ଓ ଇରାଜୀ ଭାଷା ରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ ଓ ପୁରସ୍କାର ବାବଦରେ ଏକ ଲଷ ଟଙ୍କା ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।