ନୂଆପଡ଼ାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଭୁବନେଶ୍ୱର ବିମାନବନ୍ଦରରୁ ନୂଆପଡ଼ା ଏୟାରଷ୍ଟ୍ରିପ୍ରେ ପହଁଚିଥିଲେ। ସେ ନୂଆପଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ଅନେକ ବିକାଶମୂଳକ ଯୋଜନାର ଶୁଭ ଉଦଘାଟନ ତଥା ଶିଳାନ୍ୟାସ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି-
ଲୋକଙ୍କ ସରକାର, ଜନକଲ୍ୟାଣ ଓ ବିକାଶକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ନୂଆପଡ଼ା ଜିଲ୍ଲାରେ ୧,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛି । ଏହି ପ୍ରକଳ୍ପ ଗୁଡ଼ିକ କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଗ୍ରାମ୍ୟ ଉନ୍ନୟନ ଭଳି କ୍ଷେତ୍ରରେ ବିପୁଳ ଅଭିବୃଦ୍ଧି ଆଣିବା ସହ ଉନ୍ନତ ସଂଯୋଗୀକରଣ, ସ୍ଥାନୀୟ ନିଯୁକ୍ତି ସୃଷ୍ଟି ଏବଂ ଜୀବନଧାରଣମାନର ଉନ୍ନତିକୁ ସୁନିଶ୍ଚିତ କରିବ। ସର୍ବସ୍ପର୍ଶୀ ଓ ସମାବେଶୀ ବିକାଶ ସହ ଓଡ଼ିଶାର ଜନସାଧାରଣଙ୍କ ସେବା କରି ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମ ସରକାର ସଂକଳ୍ପବଦ୍ଧ।
ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର , ଜିଲ୍ଲାପାଳ ମଧୁସୂଦନ ଦାଶ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ, ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ରାଜ୍ୟସଭା ସାଂସଦ ସୁଜିତ କୁମାର ପ୍ରମୁଖ ନେତା ଉପସ୍ଥିତ ଅଛନ୍ତି ।