ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ହେବ । ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଆସନ୍ତା ୧୩ରେ ପ୍ରକାଶ ପାଇବ ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି । ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି ହେବ। ସେପଟେ ବିହାର ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ଏହି ନିର୍ବାଚନ ନଭେମ୍ବର ୬ରେ ଅନୁଷ୍ଠିତ ହେବ। ତେବେ ଉକ୍ତ ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ନଭେମ୍ବର ୧୧ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଥିବାବେଳେ ୧୪ରେ ଭୋଟ୍ ଗଣତି ହେବ ବୋଲି ନିର୍ବାଚନ କମିଶନର ଘୋଷଣା କରିଛନ୍ତି। ଉକ୍ତ ନିର୍ବାଚନରେ ମୋଟ୍ ୭ କୋଟି ୪୨ ଲକ୍ଷ ଭୋଟର ମତଦାନ କରିବାକୁ ଥିବାବେଳେ ୯୦୭୧୨ ପୋଲିଂ ବୁଥ୍ ରହିଥିବା ସୂଚନା ଦେଇଛନ୍ତି ନିର୍ବାଚନ କମିଶନର।
Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ