ଆହୁରି ତାତିବ ଓଡ଼ିଶା
ମେଟ୍ରୋଟିଭିଓଡିଶା(୨୭.୪.୨୦୨୨)
ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଛି। ପ୍ରାୟ ସହରରେ ପାରଦ ଉପର ମୁହାଁ।୪୨ ଓ ୪୩ ଡିଗ୍ରୀରୁ ତାପମାତ୍ରା ତଳକୁ ଖସୁନାହିଁ। ସୁବର୍ଣ୍ଣପୁର, ବୌଦ୍ଧ ଓ ଟିଟିଲାଗଡରେ ସର୍ବାଧିକ ତାପମାତ୍ରା ୪୪ଡିଗ୍ରୀ ଅତିକ୍ରମ କରୁଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୯ସ୍ଥାନରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ଆଜି ୪୪.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ୨୨ଟି ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଟପିଛି। ଆଗକୁ ୫ ଦିନ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶା ଜଳିବ। ତାତିରୁ ନିସ୍ତାର ମିଳିବନି।

ଏଠାରେ ସର୍ବାଧିକ ତାପମାତ୍ରା ପ୍ରାୟ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଗ୍ରୀଷ୍ମ ଲହରୀ ଯୋଗୁଁ ଜନଜୀବନ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି। କିନ୍ତୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଗ୍ରୀଷ୍ମ ଲହରୀର ଆଶଙ୍କା ନାହିଁ। ଏହି ସମୟ ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବିଜୁଳି ଘଡଘଡି ସହ ଝଡବର୍ଷାର ସମ୍ଭାବନା ରହିଛି। ଫଳରେ ସର୍ବାଧିକ ତାପମାତ୍ରା ସାମାନ୍ୟ ହ୍ରାସ ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।