ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି,ଘାସିରାମ ମାଝୀଙ୍କୁ ଦଳ ପ୍ରାର୍ଥୀ କରିଛି

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ଘାସିରାମ ମାଝୀଙ୍କୁ ଦଳ ପ୍ରାର୍ଥୀ କରିଛି। ଶ୍ରୀ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି।ଆସନ୍ତା ନଭେମ୍ବର ୧୧ ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯିବ। ଏଥି ପାଇଁ କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିଦେଇଛି। ନୂଆପଡ଼ା ଜିଲ୍ଲା କଂଗ୍ରେସ କମିଟିର ସଭାପତି ଘାସିରାମ ମାଝୀଙ୍କୁ ଦଳୀୟ ପ୍ରାର୍ଥୀ କରିବା ପାଇଁ ସୋମବାର ପିସିସି ସଭାପତି ଭକ୍ତ ଚରଣ ଦାସ ଓ ପିସିସିର ରାଜନୈତିକ ବ୍ୟାପାର କମିଟିର ସର୍ବସମ୍ମତ ପ୍ରସ୍ତାବରେ ମଙ୍ଗଳବାର ମୋହର ଲଗାଇଛି ଏଆଇସିସି। ଆଜି ଏହି ମର୍ମରେ ଏଆଇସିସି ପକ୍ଷରୁ ସାଧାରଣ ସଂପାଦକ (ସଙ୍ଗଠନ) ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଶ୍ରୀ ମାଝୀଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷିତ ହେବାପରେ ଦଳୀୟ ମହଲରେ ଆନନ୍ଦ ପ୍ରକାଶ ପାଇଛି।ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରଠାରୁ ସମ୍ଭାବ୍ୟ ଉପନିର୍ବାଚନ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ମୂଳରୁ ହିଁ ଶ୍ରୀ ମାଝୀ ଦଳର ପ୍ରାର୍ଥୀ ହେବେ ବୋଲି ପିସିସି ସଭାପତିଙ୍କ ଅନୁମାନ ସତ୍ୟ ହୋଇଛି।

Leave a comment