ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା

ଚଳିତବର୍ଷ ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ। ଏଥର କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ଏ ନେଇ କଟକ ଜିଲ୍ଲାପାଳ ନିର୍ଦେଶାନାମା ଜାରି କରିଛନ୍ତି। ନଭେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି ସମୟ ମଧ୍ୟରେ ପଡିଆକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ବାଲିଯାତ୍ରା ପଡିଆର ୫ କିଲୋମିଟର ପରିଧି ପାଇଁ କଟକଣା ଜାରି କରାଯାଇଛି। ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାଓ୍ବାର ହ୍ୟାଙ୍ଗ ଗ୍ଲାଇଡର୍ସ, ମାଇକ୍ରୋ ଲାଇଟ୍ , ଏୟାରକ୍ରାଫ୍ଟ, ହଟ୍ ଏୟାର ବେଲୁନ୍, ୟୁଏଭି ଏବଂ ଡ୍ରୋନ୍ ଉଡାଣ ମନା କରାଯାଇଛି। ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି।

Leave a comment