ଆଜିର ରାଶିଫଳ
ମେଷ: ଲୋକପୂଜ୍ୟ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଧନଶାଳୀ ହେବାର ସୂଚନା ମିଳୁଛି। ଜନସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ବେଳେବେଳେ ସ୍ବଭାବରେ ନିଷ୍ଠୁରତା ଦେଖା ଦେଇପାରେ।
ବୃଷ: ଦେବ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ବିଚିତ୍ର ବସନାବୃତ୍ତ ପ୍ରତି ଆଗ୍ରହୀ ହେବେ। ଧାତୁ ଦ୍ରବ୍ୟ କିଣିବାରେ ଧନ ବ୍ୟୟ କରିପାରନ୍ତି। ପତ୍ନୀ ସେବା ଓ ପରୋପକାର କାର୍ଯ୍ୟରେ ନିଜକୁ ସାମିଲ କରିପାରନ୍ତି।
ମିଥୁନ: ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ଲାଭବାନ୍ ହେବେ। ନବ ବସ୍ତ୍ର ପରିଧାନ କରିପାରନ୍ତି। ସୁସ୍ବାଦୁ ଅନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରି ପ୍ରଶଂସାର ପାତ୍ର ହୋଇପାରନ୍ତି।
କର୍କଟ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ, ଧାର୍ମିକ ଓ ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ।
ସିଂହ: ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷକ ସମାଜକୁ ଉତ୍ସାହିତ କରିବେ। ଜଳଯାତ୍ରାରେ ବିପଦ ଅଛି। ଯଶସ୍ବୀ ହେବେ।
କନ୍ୟା: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହେବେ।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିପାରେ।
ବିଛା: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣକ୍ଷେତ୍ରରେ ଯବାନ ବୀରତ୍ବ ପ୍ରଦର୍ଶନ କରିବେ। ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନ ମିଳିପାରେ।
ଧୁନ: କର୍ମଚଞ୍ଚଳ ରହିବେ। ଥଣ୍ଡାଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ହେବେ।
ମକର: ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ।
କୁମ୍ଭ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଭୋଗ ବିଳାସ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।