୧୫ ଦିନ ପରେ ପୀତବାସ ପଣ୍ଡା ହତ୍ୟା ମାମଲାର ଖୁଲାସା ହୋଇଛି । ରାଜନୈତିକ ଶତ୍ରୁତାରୁ ମର୍ଡର ହୋଇଥିବା ତଦନ୍ତ ପରେ ପୋଲିସ କହିଛି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ଼ ଖୁଲାସା କରିଛନ୍ତି ବ୍ରହ୍ମପୁର ଏସ୍ପି । ସେ କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା ଏବଂ ସାର୍ପ ସୁଟରକୁ ୧୦ ଲକ୍ଷ ଟଙ୍କା ଅଗ୍ରୀମ ଦିଆଯାଇଥିଲା। ଏହି ମାମଲାରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଛି। ତାଙ୍କ ସମେତ ମୋଟ ୮ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଅନ୍ୟମାନେ ହେଲେ ପୂର୍ବତନ ମେୟର ଶିବ ଶଙ୍କର ଦାସ (ପିଣ୍ଟୁ), ବିଜେଡି କର୍ପୋରେଟର ମଳୟ ବିଷୋୟୀ, ବିକ୍ରମଙ୍କ ସହଯୋଗୀ ମଦନ ଦଳେଇ, ୨ ସାର୍ପ ସୁଟର ଚିଣ୍ଟୁ ପ୍ରଧାନ ଓ ଜଗି ରାଉତ (ଅନ୍ୟ ଜଣେ ସାର୍ପ ସୁଟର କୁରୁପତି ଭୂୟାଁ ହିଁ ଗୁଳି ଚଳାଇଥିଲା ବୋଲି ଏସପି ସୂଚନା ଦେଇଛନ୍ତି)। ଏସ୍ପିଙ୍କ ସୂଚନା ଅନୁଯାୟୀ, ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସ ଏହି ସମ୍ପୂର୍ଣ୍ଣ ଷଡ଼ଯନ୍ତ୍ରର ମାଷ୍ଟରମାଇଣ୍ଡ ଥିଲେ। ମଳୟ ବିଷୋୟୀ ଓ ମଦନ ଦଳେଇଙ୍କ ମାଧ୍ୟମରେ ବିକ୍ରମ ପଣ୍ଡା ସାର୍ପ ସୁଟରଙ୍କ ସହ ଯୋଗାଯୋଗ କରିଥିଲେ। ସାର୍ପ ସୁଟରମାନଙ୍କ ମଧ୍ୟରୁ ଚିଣ୍ଟୁ ପ୍ରଧାନ ଗାଡ଼ି ଚଳାଇଥିଲେ ଏବଂ କୁରୁପତି ଭୂୟାଁ ଗୁଳି ଚଳାଇଥିଲେ। କାଲି ରାତିରୁ ପୋଲିସ ବିକ୍ରମ ପଣ୍ଡାଙ୍କୁ ଅଟକ ରଖି ଜେରା କରିବା ପରେ ଆଜି ତାଙ୍କୁ ଆନୁଷ୍ଠାନିକ ଭାବେ ଗିରଫ କରିଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ