୧୫ ଦିନ ପରେ ପୀତବାସ ପଣ୍ଡା ହତ୍ୟା ମାମଲାର ଖୁଲାସା ହୋଇଛି । ରାଜନୈତିକ ଶତ୍ରୁତାରୁ ମର୍ଡର ହୋଇଥିବା ତଦନ୍ତ ପରେ ପୋଲିସ କହିଛି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ଼ ଖୁଲାସା କରିଛନ୍ତି ବ୍ରହ୍ମପୁର ଏସ୍ପି । ସେ କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା ଏବଂ ସାର୍ପ ସୁଟରକୁ ୧୦ ଲକ୍ଷ ଟଙ୍କା ଅଗ୍ରୀମ ଦିଆଯାଇଥିଲା। ଏହି ମାମଲାରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଛି। ତାଙ୍କ ସମେତ ମୋଟ ୮ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଅନ୍ୟମାନେ ହେଲେ ପୂର୍ବତନ ମେୟର ଶିବ ଶଙ୍କର ଦାସ (ପିଣ୍ଟୁ), ବିଜେଡି କର୍ପୋରେଟର ମଳୟ ବିଷୋୟୀ, ବିକ୍ରମଙ୍କ ସହଯୋଗୀ ମଦନ ଦଳେଇ, ୨ ସାର୍ପ ସୁଟର ଚିଣ୍ଟୁ ପ୍ରଧାନ ଓ ଜଗି ରାଉତ (ଅନ୍ୟ ଜଣେ ସାର୍ପ ସୁଟର କୁରୁପତି ଭୂୟାଁ ହିଁ ଗୁଳି ଚଳାଇଥିଲା ବୋଲି ଏସପି ସୂଚନା ଦେଇଛନ୍ତି)। ଏସ୍ପିଙ୍କ ସୂଚନା ଅନୁଯାୟୀ, ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସ ଏହି ସମ୍ପୂର୍ଣ୍ଣ ଷଡ଼ଯନ୍ତ୍ରର ମାଷ୍ଟରମାଇଣ୍ଡ ଥିଲେ। ମଳୟ ବିଷୋୟୀ ଓ ମଦନ ଦଳେଇଙ୍କ ମାଧ୍ୟମରେ ବିକ୍ରମ ପଣ୍ଡା ସାର୍ପ ସୁଟରଙ୍କ ସହ ଯୋଗାଯୋଗ କରିଥିଲେ। ସାର୍ପ ସୁଟରମାନଙ୍କ ମଧ୍ୟରୁ ଚିଣ୍ଟୁ ପ୍ରଧାନ ଗାଡ଼ି ଚଳାଇଥିଲେ ଏବଂ କୁରୁପତି ଭୂୟାଁ ଗୁଳି ଚଳାଇଥିଲେ। କାଲି ରାତିରୁ ପୋଲିସ ବିକ୍ରମ ପଣ୍ଡାଙ୍କୁ ଅଟକ ରଖି ଜେରା କରିବା ପରେ ଆଜି ତାଙ୍କୁ ଆନୁଷ୍ଠାନିକ ଭାବେ ଗିରଫ କରିଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ