ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବିକଶିତ ଭାରତ ଗଠନ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହାକୁ ପୂରଣ କରିବା ପାଇଁ ବିଜେପିରେ ନୂତନ କାର୍ଯ୍ୟକର୍ତାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି । ନୂଆପଡା ଉପନିର୍ବାଚନରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳୁଛି । ନୂଆପଡାରେ ଅନୁଷ୍ଠିତ ଏକ ବଡ ମିଶ୍ରଣ ପର୍ବରେ ବିଶିଷ୍ଟ ଓ ବରିଷ୍ଟ ଆଦିବାସୀ ନେତା ଶ୍ରୀ ଭୁଜବଳ ଅଡବାଙ୍ଗ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ଏହି ଅବସରରେ ସୁନାମଧନ୍ୟ ଆଇନଜୀବି ତଥା ଆଦିବାସୀ ନେତା ଆଡଭୋକେଟ ଘାସିରାମ ବାଗ, ଆଡଭୋକେଟ ଗୋପାଳ ସାମନ୍ତ, ଆଡଭୋକେଟ ପୂର୍ଣ୍ଣଚନ୍ଦ୍ର ସାହୁ, ଅଶୋକ ଦେବଗାନ ପ୍ରମୁଖ ବିଜେପିରେ ଯୋଗଦାନ କରିଛନ୍ତି ।
ପ୍ରକାଶ ଥାଉକି ଶ୍ରୀ ଅଡବାଙ୍ଗ ଗତ ୨୦୨୪ ସାଧାରଣ ନିର୍ବାଚନରେ ନୂଆପଡା ବିଧାନସଭା ନିର୍ବାଚନମଣ୍ଢଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଛିଡା ହୋଇ ପାଖାପାଖି ୬ ହଜାର ଭୋଟ ପାଇଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସରକାର ଉପରେ ନୂଆପଡାବାସୀ ପୂର୍ଣ୍ଣ ଆସ୍ଥା ପ୍ରକଟ କରିଛନ୍ତି । ବିଶେଷ ଭାବେ ମୁଖ୍ୟମନ୍ତ୍ରୀ ନିଜେ ଜଣେ ଆଦିବାସୀ ଏବଂ ତାଙ୍କର ନୂଆପଡା ଜିଲ୍ଲା ପ୍ରତି ଭଲ ପାଇବା ଓ ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି । ରାଜ୍ୟରେ ବିଜେପିର ଡବଲ ଇଂଜିନ ସରକାର କାରଣରୁ ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ସମ୍ଭବ ହୋଇପାରିବ ବୋଲି ଶ୍ରୀ ଅଡବାଙ୍ଗ ଦୃଢୋକ୍ତି ପ୍ରକାଶ କରିଛନ୍ତି ।
ଏହି ଅବସରରେ ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଡ.ମୁକେଶ ମହାଲିଙ୍ଗ, ସାଂସଦ ଶ୍ରୀ ଅନନ୍ତ ନାୟକ, ଶ୍ରୀ ପ୍ରଦୀପ ପୁରୋହିତ, ଶ୍ରୀ ସୁଜିତ କୁମାର, ଶ୍ରୀ ରବିନାରାୟଣ ବେହେରା, ପୂର୍ବତନ ମନ୍ତ୍ରୀ ହିମାଂଶୁ ମେହେର, ଶ୍ରୀ ଅଭିନନ୍ଦନ ପଣ୍ଡା, ଶ୍ରୀ ପ୍ରସନ୍ନ ପାଢୀ, ରାଜ୍ୟ ଉପ ସଭାପତି ଶ୍ରୀ ଅଶୋକ ମିଶ୍ର, ଜିଲ୍ଲା ପ୍ରଭାରୀ ଶ୍ରୀ ଅର୍ତତ୍ରାଣ ମହାପାତ୍ର, ଜିଲ୍ଲା ସଭାପତି ଶ୍ରୀ କମଳେଶ ଦିକ୍ଷୀତ ପ୍ରମୁଖ ଉପସ୍ଥିତ ରହି ନୂତନ ସଦସ୍ୟଙ୍କୁ ଦଳୀୟ ଟୋପି ଉତରୀୟ ପିନ୍ଧାଇ ସ୍ୱାଗତ କରିଛନ୍ତି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post