ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିବେ । ବାଲିଯାତ୍ରାକୁ ଏଥର ଆକର୍ଷଣୀୟ କରିବା ପାଇଁ ଶ୍ରେୟା ଘୋଷାଲ ଓ ହର୍ଷଦୀପ କୌର ସଂଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ‘କଟକ ଇନ୍ କଟକ’ରେ ଓଡ଼ିଆ ଭାଷା, ସାହିତ୍ୟ ଥିମ୍ରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏଥର ପାଖାପଖି ୧୬୦୦ ଷ୍ଟଲ୍ ପଡ଼ିଛି । ଅନ୍ୟପକ୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ୫୦ ପ୍ଲାଟୁନ୍ ଫୋର୍ସ ଓ ୩୦୦ରୁ ଅଧିକ ଅଫିସର ମୁତୟନ ହେବେ । ବାଲିଯାତ୍ରାରେ ବିଶ୍ବ ରେକର୍ଡ କରିବା ପାଇଁ ପ୍ରଶାସନ ୩ଟି ପଦକ୍ଷେପ ନେଇଛି । ଶାଳପତ୍ରରେ ୧୦ହଜାର ଗ୍ରିନ୍ ବୋଟ୍ ତିଆରି କରାଯିବ । ‘କଟକ ଇନ୍ କଟକ’ ଭିତରେ ୧ଲକ୍ଷ ବହି ସଂଗ୍ରହ କରି ମାଗଣାରେ ବଣ୍ଟାଯିବ । ବାଲିଯାତ୍ରାକୁ ଆସୁଥିବା ଲୋକମାନଙ୍କର ମତାମତକୁ ସଂଗ୍ରହ କରିବା ପାଇଁ ଷ୍ଟିକିଂ ନୋଟ୍ସ ବୋର୍ଡରେ ଲଗାଯିବାକୁ ପ୍ରଶାସନ ବ୍ୟବସ୍ଥା କରିଛି । ସେହିପରି ବାଲିଯାତ୍ରାକୁ ୟୁନେସ୍କୋ ଐତିହ୍ୟ ମେଳାର ମାନ୍ୟତା ଦେବା ପାଇଁ ଏଥର ଇଣ୍ଡୋନେସିଆ ଓ କୋରିଆରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବାକୁ ଟିମ୍ ଆସୁଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post