ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଆଜି ରାଜଧାନୀରେ ରୋହି ମାଛ ୨୦୦ରୁ ଅଢ଼େଇଶ, ଇଲିସିର ଦର କିଲୋ ପ୍ରତି ୧୮୦୦, କଙ୍କଡ଼ା ୧୨୦୦ ଟଙ୍କାରେ ବିକ୍ରି ହେଉଥିବା ଜଣାଯାଇଛି। ତେଣେ କଟକରେ ବି ଦର ସମାନ ରହିଛି। ତେବେ ମଟନ୍ ଦର ଭିନ୍ନ ଭିନ୍ନ ସ୍ଥାନରେ ଟିକେ ତଳ ଉପର ରହିଛି। ମଟନ କିଲୋ ପ୍ରତି ୭୫୦ରୁ ୯୦୦ ଟଙ୍କା ରହିଛି। ସକାଳୁ ସକାଳୁ ଭୁବନେଶ୍ବର କଟକ ସମେତ ରାଜ୍ୟରେ ବିଭିନ୍ନ ଆମିଷ ବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟି ରଖି ମାର୍କେଟରେ ମଟନ, ଚିକେନ୍ , ମାଛ , ଚିଙ୍ଗୁଡି ଆଦି ବିଭିନ୍ନ ପ୍ରକାରର ଆମିଷ ବିକ୍ରି ହେଉଛି। ଚାହିଦା ଅନୁସାରେ ଆଜି ଦାମ୍ ମଧ୍ୟ ପୂର୍ବ ଅପେକ୍ଷା ଅଧିକ ରହିଛି। ସକାଳୁ ସକାଳୁ ଭୁବନେଶ୍ବର ସ୍ଥିତ ୪ନମ୍ବର ମାର୍କେଟରେ ଲାଗିଛି ନାହିଁ ନଥିବା ଭିଡ଼।ଆମିଷ ବଜାରର ସୂଚନା ମୁତାବକ, ଏଥର ଛାଡ଼ଖାଇରେ ମାଛର ଚାହିଦା ବେଶି ରହିବ। ପାଖାପାଖି ଅଢ଼େଇ କୋଟିରୁ ଅଧିକ ଟଙ୍କାର କେବଳ ମାଛ, ଚିଙ୍ଗୁଡ଼ି, କଙ୍କଡ଼ା ବିକ୍ରି ହେବ ବୋଲି ମାଛ ବେପାରୀ ଆଶାବାଦୀ ରହିଛନ୍ତି। ସେହିଭଳି ରାଜଧାନୀରେ ୨ ହଜାର କେଜି ଛେଳି ମାଂସ ଓ ୫୦ କୁଇଣ୍ଟାଲ କୁକୁଡ଼ା ମାଂସ ବିକ୍ରି ହେବ ବୋଲି ଆକଳନ କରାଯାଇଛି। ଅଲ୍ ଓଡ଼ିଶା ନନ୍ଭେଜ୍ ଟ୍ରେଡସ୍ ଫେଡେରେସନ୍ର ରାଜ୍ୟ ସଭାପତି ଶେଖ୍ ମୁନ୍ତାକିମ୍ ବକ୍ସ କହିଛନ୍ତି, ଛାଡ଼ଖାଇ ହେଉଛି ଆମିଷ ବେପାରୀଙ୍କ ବେପାରର ମହାପର୍ବ। ଶୁକ୍ରବାର ଛାଡ଼ଖାଇ ପାଳନ ହେଉଥିବାରୁ ମଟନ ବିକ୍ରି ଖୁବ୍ ଜମିବ। ପ୍ରତିବର୍ଷ ଛାଡ଼ଖାଇରେ ୪ କୋଟି ଟଙ୍କାର ମଟନ ବିକ୍ରି ହେଉଥିବା ବେଳେ ଏ ବର୍ଷ ଏହା ଆହୁରି ବଢ଼ିବ ବୋଲି ଆଶା କରାଯାଉଛି। ତେବେ ମାଛ, ମାଂସ, କଙ୍କଡ଼ା ଆଦିରୁ ଏଥର ୫ରୁ ୭ କୋଟି ଟଙ୍କାର ବେପାର ହେବା ନେଇ ଆମେ ଆଶା ରଖିଥିବା ବେଳେ ସେ ନେଇ ଆମିଷ ବରାଦ ବି କରିସାରିଛୁ।ଏବେ ରାଜଧାନୀର ୪ ନମ୍ବର ହାଟ ମଧ୍ୟରେ ୨୦ଟି ମଟନ୍ ଦୋକାନ ରହିଥିବା ବେଳେ ବଡ଼ଗଡ଼, ସୁନ୍ଦରପଦା, ରେଣ୍ଟାଲ୍, ନୀଳାଦ୍ରିବିହାର, ଖଣ୍ଡଗିରି, ସନ୍ତୋଷୀବିହାର, ବାଲିଅନ୍ତା, ହ˚ସପାଳ, ଓସ୍କାର ସିଟି, ଝାରପଡ଼ା ସମେତ ବିଭିନ୍ନ ସ୍ଥାନରେ ୩ଶହରୁ ଅଧିକ ଦୋକାନ ରହିଛି। ରାଜଧାନୀବାସୀଙ୍କ ଚାହିଦାକୁ ଦୃଷ୍ଟିରେ ରଖି କିଛି ଦିନ ତଳୁ ପଶ୍ଚିମବଙ୍ଗରର ନରଖୁଲଡଙ୍ଗା, ମାଲ୍ଦା, କ୍ଷେତ୍ରୀପୁରରୁ ୭୦ ପ୍ରତିଶତ ଛେଳି ଆସିଥିବା ବେଳେ ବଲାଙ୍ଗୀର ନୟାଗଡ଼, ଦଶପଲା, କାକଟପୁର ଓ ନିମାପଡ଼ାରୁ ୩୦ ପ୍ରତିଶତ ଛେଳି ଅଣାଯାଇଛି। ଏବେ ବ୍ରଏଲର ଚିକେନ୍ ମୂଲ୍ୟ ୨୪୦ ଟଙ୍କା ରହିଛି। ସେହିଭଳି ବନରାଜ ୩୦୦ ଓ ଦେଶୀ ଚିକେନ୍ର ଦର ୫୦୦ ଟଙ୍କା ରହିଛି। ଏହାବ୍ୟତୀତ, ଛାଡ଼ଖାଇରେ ଅନେକ ବାହାଘର ଭୋଜି ରହୁଥିବାରୁ କେବଳ ରାଜଧାନୀରେ ଚିକେନ୍ ବ୍ୟବସାୟ ଶୁକ୍ର ଓ ରବିବାର ଅଧିକ ହେବ। ଆନ୍ଧ୍ରପ୍ରଦେଶ ବ୍ୟତୀତ ପିପିଲି ଅଞ୍ଚଳରୁ ବ୍ରଏଲର ଆସିଥିବା ବେଳେ ବାରିପଦାରୁ ଦେଶୀ କୁକୁଡ଼ା ଆସିଛି। ଛାଡ଼ଖାଇରେ କିନ୍ତୁ ମଟନ ଓ ଚିକେନ୍ ଅପେକ୍ଷା ମାଛର ଚାହିଦା ବେଶି ରହିଥାଏ।
Trending
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ