ଆଉ ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା । ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍ଯାପିତ ହେବ । ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି । ଐତିହାସିକ ବାଲିଯାତ୍ରା ଅବସରରେ ପ୍ରଥମ ମହାନଦୀ ବୋଇତ ପ୍ରତିଯୋଗିତା ୨୦୨୫ ଉଦଘାଟିତ ହୋଇଛି । ରାଜ୍ୟର ସମୃଦ୍ଧ ସାମୁଦ୍ରିକ ଐତିହ୍ୟ ପରମ୍ପରାର ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ୨ ଦିନ ଧରି କଟକ ଗଡ଼ଗଡିଆ ଘାଟରେ ଏହି ପ୍ରତିଯୋଗିତା କରାଯାଉଛି । ଓଡିଶା, ଛତିଶଗଡ଼, ବିହାର, ପଞ୍ଜାବ, ଦିଲ୍ଲୀ, ଆସାମ, ଉତ୍ତରପ୍ରଦେଶ, ଝାଡ଼ଖଣ୍ଡ, ହରିୟାଣା ଭଳି ରାଜ୍ୟର ଜାତୀୟ ସ୍ତରୀୟ ପୁରୁଷ ଓ ମହିଳା ଦଳ ଏହି ପ୍ରତିଯୋଗିତାରେ ଭାଗ ନେଇଛନ୍ତି । ଗତକାଲି ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଉପସ୍ଥିତ ରହି ବୋଇତ ରେସ୍ ଆରମ୍ଭ କରିଥିଲେ ଏବଂ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ । ସେହିଭଳି ବୋଇତ ପ୍ରତିଯୋଗିତା ଉଦଘାଟନୀ ଦିବସରେ ମୁଖ୍ୟ ଆକର୍ଷଣ ଥିଲା ଫ୍ଲାଏ ବୋଟ । ଜଣେ ଯୁବକ ଚିତାକର୍ଷକ ଭାବେ ଏହା ପ୍ରଦର୍ଶନ କରିଥିଲେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ