ଆସନ୍ତାକାଲି ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ । ୧୪ ଟି ଟେବୁଲ, ୨୬ ରାଉଣ୍ଡ ଗଣତି କରାଯିବ । ପ୍ରଥମେ ବାଲାଟ, ପରେ ଇଭିଏମ କାଉଣ୍ଟିଂ ହେବ । କାଉଣ୍ଟିଂର ୨ ଘଣ୍ଟା ପୂର୍ବରୁ ପ୍ରସ୍ତୁତି କରାଯିବ । କାଉଣ୍ଟିଂ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରତି ରାଉଣ୍ଡରେ ରେଜଲ୍ଟ ଘୋଷଣା କରାଯିବ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ।
ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ହେବ । ଏନେଇ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି । ନ୍ୟାସନାଲ କଲେଜରେ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗରୁମ ମଧ୍ୟରେ ଥିବା ସମସ୍ତ ଇଭିଏମ ଓ ଭିଭିପାଟ ମେସିନ୍ ଗୁଡ଼ିକ ଆସନ୍ତାକାଲି କାଉଣ୍ଟିଂ ହଲକୁ ଅଣାଯିବ ।
ଭୋଟ ଗଣତି ପାଇଁ ୧୪ଟି ଗଣତି ଟେବୁଲ୍ ଓ ପୋଷ୍ଟାଲ ଭୋଟ ପାଇଁ ଗୋଟିଏ ଟେବୁଲ୍ ବ୍ୟବସ୍ଥା କରାଯାଇଛି । ପ୍ରଥମେ ପୋଷ୍ଟାଲ ବାଲାଟ ସକାଳ ୮ଟା ସମୟରେ ଗଣାଯିବ । ଏହାପରେ ୮ଟା ୩୦ରେ ଇଭିଏମ ମେସିନ୍ର ଭୋଟ ଗଣନା ଆରମ୍ଭ ହେବ। ଏହା ୨୬ ରାଉଣ୍ଡରେ ସମାପ୍ତ ହେବ । ଭୋଟିଂ ମେସିନର ତଥ୍ୟକୁ ଫର୍ମ ୧୭-ସି ସହିତ ମେଳ କରାଯିବ l ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ପାଞ୍ଚଟି ପୋଲିଂ ସେଣ୍ଟରର ଭିଭିପାଟ ସ୍ଲିପ୍ଗୁଡ଼ିକ ଗଣାଯାଇ ଇଭିଏମ ଫଳାଫଳ ସହ ମେଳ କରାଯିବ ।