ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ବୁଧବାର କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି । ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ପ୍ରବେଶ ଶୁଳ୍କ ଛାଡ଼ ହୋଇଥିବା କୋଣାର୍କ ସଂରକ୍ଷଣ ଅଧିକାରୀ ତ୍ରୈଲୋକ୍ୟ ନାଥ ବେହେରା ପ୍ରକାଶ କରିଛନ୍ତି । ଦିଲ୍ଲୀ ଠାରେ ଆତଙ୍କବାଦୀମାନଙ୍କ ବଡ଼ ଧରଣର କାର ବିସ୍ପୋରଣ ଘଟଣାକୁ ନଜରରେ ରଖି ମଙ୍ଗଳବାର ଅପରାହ୍ନରେ ପୁରୀ ଏସପି ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ଦେଶବିଦେଶର ପର୍ଯ୍ୟଟକମାନଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରେ ରଖି ବିଶ୍ୱଐତିହ୍ୟ ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କରିବା ସହ ଟିକିନିଖି ବୁଲିଦେଖି ତଦାରଖ କରିଥିଲେ । ପ୍ରତେକ ଦିନ ସୂର୍ଯ୍ୟ ମନ୍ଦିର ବୁଲିବା ପାଇଁ ଦେଶବିଦେଶର ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଏଠାକୁ ଆସିଥାନ୍ତି । ନିକଟରେ ଆତଙ୍କବାଦୀ ଙ୍କ ଦ୍ଵାରା ଘଟିଥିବା ଦିଲ୍ଲୀ କାର ବିସ୍ପୋରଣ ଘଟଣା ପରେ ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକମାନଙ୍କ ସୁରକ୍ଷା ପାଇଁ ପୁରୀ ଜିଲ୍ଲା ପୁଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏନେଇ ମଙ୍ଗଳବାର ଅପରାହ୍ନରେ ପୁରୀ ଏସପି ପ୍ରତୀକ ସିଂହଙ୍କ ନେତୃତ୍ବରେ ବରିଷ୍ଠ ପୁଲିସ ଅଧିକାରୀଙ୍କ ଏକ ଟିମି ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାର ଟିକିନିଖି ତଦାରଖ କରିବା ସହିତ ଏହାର ସ୍ଥିତି ଅନୁଧ୍ୟାନ କରିଥିଲେ।ସୂଚନାଥାଉକି ବିଶ୍ୱଐତିହ୍ୟ ସୂର୍ଯ୍ୟମନ୍ଦିରର ସୁରକ୍ଷା ଦାୟିତ୍ୱ ଅସ୍ତ୍ରଶସ୍ତ୍ର ବିହୀନ କେତେଜଣ ହାତଗଣତି ଘରୋଇ ସୁରକ୍ଷା କର୍ମୀମାନଙ୍କୁ ଏଏସ ଆଇ ପକ୍ଷରୁ ନିୟୋଜିତ କରାଯାଇଛି। ଯାହା ବିଶ୍ୱଐତିହ୍ୟ ସୁରକ୍ଷାକୁ ନେଇ ଚିନ୍ତାପ୍ରକାଶ ପାଇଛି । ଫଳରେ ଆତଙ୍କବାଦୀଙ୍କ ସମ୍ଭାବ୍ୟ ଆକ୍ରମଣକୁ ନଜରରେ ରଖି ପୁରୀ ଜିଲ୍ଲା ପୁଲିସ ପକ୍ଷରୁ ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବା ସହ ପର୍ଯ୍ୟଟକ ମାନଙ୍କୁ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥା କଡାକଡି କରିବା ପାଇଁ ପୁରୀ ଏସପି ପ୍ରତୀକ ସିଂହ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ସ୍ଥିତି ନିର୍ଣ୍ଣୟ କରିଥିଲେ।
Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Prev Post