ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଜୟ ଢୋଲକିଆଙ୍କ ଯୋଗଦାନ ବିଧାନସଭାରେ ବିଜେପିର ଉପସ୍ଥିତିକୁ ସୁଦୃଢ଼ କରିଛି।୨୦୨୪ ବିଧାନସଭା ନିର୍ବାଚନରେ ରାଜେନ୍ଦ୍ର ଢୋଲକିଆ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ହେଲେ ୨୦୨୫ ମସିହାରେ ଅସୁସ୍ଥତା ଯୋଗୁ ତାଙ୍କର ଦେହାନ୍ତ ହୋଇଥିଲା ।ଏହାପରେ ନୂଆପଡ଼ାରେ ଉପନିର୍ବାଚନ ଲାଗି ତାରିଖ ଘୋଷଣା କରାଯାଇଥିଲା। ୨୦୨୫ ମସିହା ନଭେମ୍ବର ୧୧ ତାରିଖରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା । ନଭେମ୍ବର ୧୪ରେ ହୋଇଥିବା ଭୋଗ ଗଣତିରେ ଜୟ ଢୋଲକିଆ ବିପୁଳ ସଂଖ୍ୟାରେ ବିଜୟୀ ହୋଇଥିଲେ । ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ସ୍ନେହାଙ୍ଗିନି ଛୁରିଆ ଏବଂ କଂଗ୍ରେସର ଘାସିରାମ ମାଝୀ ଙ୍କୁ ଜୟ ଢୋଲକିଆ ପରାଜିତ କରିଥିଲେ। ଢୋଲକିଆ ନୂଆପଡା ଉପନିର୍ବାଚନରେ ୮୩,୦୦୦ରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇ ଏକ ବଡ଼ ବିଜୟ ହାସଲ କରିଛନ୍ତି।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ