ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଜୟ ଢୋଲକିଆଙ୍କ ଯୋଗଦାନ ବିଧାନସଭାରେ ବିଜେପିର ଉପସ୍ଥିତିକୁ ସୁଦୃଢ଼ କରିଛି।୨୦୨୪ ବିଧାନସଭା ନିର୍ବାଚନରେ ରାଜେନ୍ଦ୍ର ଢୋଲକିଆ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ହେଲେ ୨୦୨୫ ମସିହାରେ ଅସୁସ୍ଥତା ଯୋଗୁ ତାଙ୍କର ଦେହାନ୍ତ ହୋଇଥିଲା ।ଏହାପରେ ନୂଆପଡ଼ାରେ ଉପନିର୍ବାଚନ ଲାଗି ତାରିଖ ଘୋଷଣା କରାଯାଇଥିଲା। ୨୦୨୫ ମସିହା ନଭେମ୍ବର ୧୧ ତାରିଖରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା । ନଭେମ୍ବର ୧୪ରେ ହୋଇଥିବା ଭୋଗ ଗଣତିରେ ଜୟ ଢୋଲକିଆ ବିପୁଳ ସଂଖ୍ୟାରେ ବିଜୟୀ ହୋଇଥିଲେ । ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ସ୍ନେହାଙ୍ଗିନି ଛୁରିଆ ଏବଂ କଂଗ୍ରେସର ଘାସିରାମ ମାଝୀ ଙ୍କୁ ଜୟ ଢୋଲକିଆ ପରାଜିତ କରିଥିଲେ। ଢୋଲକିଆ ନୂଆପଡା ଉପନିର୍ବାଚନରେ ୮୩,୦୦୦ରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇ ଏକ ବଡ଼ ବିଜୟ ହାସଲ କରିଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ