ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅତିରିକ୍ତ ବଜେଟ୍ ମାଧ୍ୟମରେ ଓଡ଼ିଶାର ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ଶିଳ୍ପ, ସଂସ୍କୃତି, କୃଷି, ମହିଳା ସଶକ୍ତୀକରଣ ଆଦି ବିଭାଗର ବିକାଶ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଅତିରିକ୍ତ ବଜେଟ୍ରେ ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ବ ଦେଇଛନ୍ତି। ପ୍ରାଥମିକ ଓ ଉଚ୍ଚଶିକ୍ଷାର ବିକାଶ ପାଇଁ ୨,୩୨୭ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହି ବଜେଟ୍ ମାଧ୍ୟମରେ ରାଜ୍ୟର ଶିକ୍ଷା ବିଭାଗ ଅଧିକ ଅଗ୍ରସର ହୋଇପାରିବ ବୋଲି ଆଶା କରାଯାଉଛି। ଏହି ଅତିରିକ୍ତ ବଜେଟ୍ରେ ଶିକ୍ଷା ପରେ କୃଷି ଏବଂ କୃଷକଙ୍କୁ ଦ୍ବିତୀୟ ସର୍ବାଧିକ ଗୁରୁତ୍ବ ଦିଆଯାଇଛି। ରାଜ୍ୟର ଚାଷୀମାନଙ୍କ ପାଇଁ ସରକାର ଅତିରିକ୍ତ ବଜେଟ୍ରେ ୧୬,୭୩ କୋଟି ଟଙ୍କାର ବ୍ୟବସ୍ଥା କରିଛନ୍ତି। ସେହିପରି ମହିଳା ଏବଂ ଶିଶୁ ବିକାଶ ବିଭାଗ ପାଇଁ ଅତିରିକ୍ତ ବଜେଟ୍ରେ ୧,୫୫୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ଅତିରିକ୍ତ ବଜେଟ୍ରେ ଶିଳ୍ପ ଓ MSME ପାଇଁ ୩୩୭ କୋଟି ଟଙ୍କା, ମମତା ଯୋଜନା ପାଇଁ ୧୪୧ କୋଟି, ଗୋପବନ୍ଧୁ ଜନ ଆରୋଗ୍ୟ- ୪୪୦ କୋଟି, ବିପର୍ଯ୍ୟୟ ପରିଚାଳନା ପାଇଁ ୧୭୧ କୋଟି, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ପାଇଁ ୫୩୧ କୋଟି, ପ୍ରଶାସନିକ ଖର୍ଚ୍ଚ ପାଇଁ ୩, ୩୮୯ କୋଟି ଟଙ୍କା, ସାମାଜିକ ସେବା ପାଇଁ ୫, ୯୪୮ କୋଟି ଟଙ୍କା, ସ୍ବାସ୍ଥ୍ଯ ବିଭାଗ ପାଇଁ ୧୧୬୪ କୋଟି ଟଙ୍କା, ପଞ୍ଚାୟତିରାଜ ବିଭାଗ ପାଇଁ ୬୧୬ କୋଟି ଟଙ୍କା, ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପାଇଁ ୩୬୩ କୋଟି ଟଙ୍କା, ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ଟଙ୍କା, ନନ୍ଦନକାନନର ବିକାଶ ପାଇଁ ୮୦ କୋଟି ଟଙ୍କା, ପରିବେଶ, ପର୍ଯ୍ୟଟନର ବିକାଶ ପାଇଁ ୮୦ କୋଟି, ବନ୍ୟପ୍ରାଣୀ ସଂରକ୍ଷଣ ଓ ସୁରକ୍ଷା ପାଇଁ ୨୫ କୋଟି ଓ ସହରୀ ବିକାଶ ପାଇଁ ୩୦୩ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା