ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଇଛନ୍ତି । ପ୍ରଥମେ ବନ୍ତ ବ୍ଲକ୍ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ଇସ୍ତଫା ଦେଇଥିଲେ । ବିଜେଡି ମଧ୍ୟ ତାଙ୍କୁ ଦଳରୁ ନିଲମ୍ବିତ କରିଥିଲା । ଇସ୍ତଫା ନା ନିଲମ୍ବନ-କିଏ ଆଗ ତାହାକୁ ନେଇ ଚର୍ଚ୍ଚା ଜାରି ରହିଥିବା ବେଳେ ଭଣ୍ଡାରିପୋଖରୀ ଓ ଭଦ୍ରକ ବ୍ଲକ୍ର ଅଧ୍ୟକ୍ଷା ବିଜେଡି ଛାଡ଼ିଥିଲେ । ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ ମଲ୍ଲିକ ଓ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ରାଜନୈତିକ ପତିଆରା ଏବେ କମିବାରେ ଲାଗିଛି । ସୂଚନା ମୁତାବକ, ଦଳ ବିରୋଧୀ କାର୍ଯ୍ୟ ପାଇଁ ଭଦ୍ରକ ଜିଲ୍ଲା ବନ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇଙ୍କୁ ନିଲମ୍ୱିତ କରିଛି ବିଜେଡି । ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ଦଳର ରାଜ୍ୟ ଉପସଭାପତି ପ୍ରତାପ ଜେନା ଏକ ପ୍ରେସ୍ ବିବୃତିରେ ସୂଚନା ଦେଇଛନ୍ତି । କିଛିଦିନ ହେଲା ବିଜେଡି ଛାଡି ବିଜେପିରେ ମିଶିବା ନେଇ ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇଙ୍କ ସମେତ ଭଣ୍ଡାରିପୋଖରୀ, ବାସୁଦେବପୁର, ଭଦ୍ରକ ବ୍ଲକ ଅଧ୍ୟକ୍ଷଙ୍କୁ ନେଇ ଚର୍ଚ୍ଚା ହୋଇଆସୁଥିଲା । ସେମାନେ ବିଜେପିରେ ମିଶିବା ପାଇଁ ସମସ୍ତ ପ୍ରକାର ଯୋଜନା ପ୍ରସ୍ତୁତ ହୋଇସାରିଥିବା କୁହାଯାଉଛି । ସମ୍ଭବତଃ ଆସନ୍ତା ଡିସେମ୍ବର ୭ ତାରିଖରେ ଏହି ମିଶ୍ରଣ ପର୍ବ ଆୟୋଜନ ହେବ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ