ଇଣ୍ଡିଗୋ ସଙ୍କଟ ଓ ଏତେ ମାତ୍ରାରେ ବିମାନ ଉଡ଼ାଣ ରଦ୍ଦର ବିଚାରବିଭାଗୀୟ ନିରପେକ୍ଷ ତଦନ୍ତ ପାଇଁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା (ପିଆଇଏଲ୍) ଦାଏର ହୋଇଛି। ହାଇକୋର୍ଟ ବୁଧବାର ଏହାର ଶୁଣାଣିକରି କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି, ତୁମେ କ’ଣ ଅସହାୟ? ଏଭଳି ସ୍ଥିତି କାହିଁକି ଉପୁଜିଲା?
ପାଇଲଟ୍ ଓ କର୍ମଚାରୀ ସଙ୍କଟକୁ ନେଇ ଗତ ୨ ତାରିଖରୁ ବିଭିନ୍ନ ଘରୋଇ ରୁଟ୍ରେ ଇଣ୍ଡିଗୋର ବିମାନ ଉଡ଼ାଣ ବାତିଲ ଏବଂ ବିଳମ୍ୱିତ ହୋଇଆସୁଛି। ଫଳରେ ଦେଶବ୍ୟାପୀ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହା ଉପରେ ଦାଖଲ ପିଆଇଏଲ୍ର ଶୁଣାଣି କରି ମୁଖ୍ୟ ବିଚାରପତି ଦେବେନ୍ଦ୍ର କୁମାର ଉପାଧ୍ୟାୟ ଓ ଜଷ୍ଟିସ୍ ତୁଷାର ରାଓ ଗେଡେଲାଙ୍କ ଖଣ୍ଡପୀଠ କହିଛନ୍ତି, ସମ୍ପ୍ରତି ଉପୁଜିଥିବା ସ୍ଥିତିରୁ ଅନ୍ୟ ଏୟାରଲାଇନ୍ସ ଫାଇଦା ନେଇପାରନ୍ତି। ଯାତ୍ରୀମାନଙ୍କଠାରୁ ଟିକେଟ ବାବଦକୁ ମୋଟା ଅଙ୍କର ଅର୍ଥ ଅସୁଲ କରାଯାଉଛି। ଯେଉଁ ଟିକେଟ ୫,୦୦୦ ଟଙ୍କାରେ ମିଳୁଥିଲା ତାହା ବର୍ତ୍ତମାନ ୩୦ରୁ ୩୫ ହଜାରରେ ଉପଲବ୍ଧ। ଯଦି ଏପରି ସଙ୍କଟ ରହିଛି ତେବେ ଅନ୍ୟ ଏୟାରଲାଇନ୍ଗୁଡ଼ିକୁ ଲାଭ ଉଠାଇବା ପାଇଁ କିପରି ଅନୁମତି ଦିଆଯାଇ ପାରିବ? ଅନ୍ୟ ଏୟାରଲାଇନ୍ସ ୩୫,୦୦୦ରୁ ୩୯,୦୦୦ ଟଙ୍କା ପର୍ଯ୍ୟନ୍ତ କିପରି ନେଉଛନ୍ତି? ଏୟାରଲାଇନ୍ ନିୟମଗୁଡ଼ିକର ଅନୁପାଳନରେ ବିଫଳ ହେଲେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କ’ଣ ନିୟମ ରହିଛି? କେନ୍ଦ୍ର ସରକାର କ’ଣ ଅସହାୟ ବୋଲି ମୁଖ୍ୟ ବିଚାରପତି ପ୍ରଶ୍ନ କରିଛନ୍ତି। ଜାନୁଆରୀ ୨୨ରେ ଏହା ଉପରେ ପରବର୍ତ୍ତୀ ଶୁଣାଣି କରାଯିବ। କମିଟି ପକ୍ଷରୁ ଆରମ୍ଭ ହୋଇଥିବା ତଦନ୍ତ ଶେଷ ହେବା ମାତ୍ରେ ଜଉମୁଦ ଲଫାପାରେ ରିପୋର୍ଟ ଦାଖଲ କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି