ବରଗଡ଼: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ପହଞ୍ଚିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବରଗଡ଼ବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଜିଲ୍ଲାର ବିକାଶ ପାଇଁ ୧୩୬୨ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଧନୁଯାତ୍ରାରେ ‘ରାଜଅତିଥି’ ଭାବେ ଯୋଗଦେଇ ହାତୀ ଉପରେ ବସି ନଗର ପରିକ୍ରମା କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରଗଡ଼ ଧନୁଯାତ୍ରା ସାମାଜିକ ଜୀବନରେ ଆଧ୍ୟାତ୍ମିକତାର ଏକ ଅନନ୍ୟ ନିଦର୍ଶନ। ଧନୁଯାତ୍ରା ସମୟରେ ସମଗ୍ର ବରଗଡ଼ ସହର ଦ୍ୱାପର ଯୁଗର ମଥୁରାନଗରୀ ପାଲଟିଯାଏ ଏବଂ ଜୀରା ନଦୀ ଯମୁନାର ଭ୍ରମ ସୃଷ୍ଟି କରେ। ସେ କହିଛନ୍ତି ଯେ ସମଗ୍ର ବରଗଡ଼ବାସୀ କୃଷ୍ଣ ପ୍ରେମରେ ହଜିଯିବା ସହ ମହାରାଜ କଂସଙ୍କ ଆଜ୍ଞାବହ ପ୍ରଜା ପାଲଟି ଯାଆନ୍ତି, ଯାହା ବିଶ୍ୱରେ ବିରଳ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ