ବରଗଡ଼: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ପହଞ୍ଚିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବରଗଡ଼ବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଜିଲ୍ଲାର ବିକାଶ ପାଇଁ ୧୩୬୨ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଧନୁଯାତ୍ରାରେ ‘ରାଜଅତିଥି’ ଭାବେ ଯୋଗଦେଇ ହାତୀ ଉପରେ ବସି ନଗର ପରିକ୍ରମା କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରଗଡ଼ ଧନୁଯାତ୍ରା ସାମାଜିକ ଜୀବନରେ ଆଧ୍ୟାତ୍ମିକତାର ଏକ ଅନନ୍ୟ ନିଦର୍ଶନ। ଧନୁଯାତ୍ରା ସମୟରେ ସମଗ୍ର ବରଗଡ଼ ସହର ଦ୍ୱାପର ଯୁଗର ମଥୁରାନଗରୀ ପାଲଟିଯାଏ ଏବଂ ଜୀରା ନଦୀ ଯମୁନାର ଭ୍ରମ ସୃଷ୍ଟି କରେ। ସେ କହିଛନ୍ତି ଯେ ସମଗ୍ର ବରଗଡ଼ବାସୀ କୃଷ୍ଣ ପ୍ରେମରେ ହଜିଯିବା ସହ ମହାରାଜ କଂସଙ୍କ ଆଜ୍ଞାବହ ପ୍ରଜା ପାଲଟି ଯାଆନ୍ତି, ଯାହା ବିଶ୍ୱରେ ବିରଳ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି