ରାଜ୍ୟ କ୍ୟାବିନେଟ୍ରେ ଶୁକ୍ରବାର ଦିନ ବଡ଼ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ୮ଟି ବିଭାଗର ୧୧ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ଦେଇଛନ୍ତି। ଏହି ଆଧାରରେ ରାଜ୍ୟର ତିନିଟି ପ୍ରମୁଖ ସହରରେ ବିଶ୍ବ ଦକ୍ଷତା କେନ୍ଦ୍ର ନିର୍ମାଣ ହେବ। ଏଥିରେ ଭୁବନେଶ୍ବର, ବ୍ରହ୍ମପୁର ଓ ସାମିଲ ରହିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି, ରାଜ୍ୟ କ୍ୟାବିନେଟ୍ର ନିଷ୍ପତ୍ତି ଅନୁସାରେ ଗୋପାଳପୁରରେ ଟାଟା ସୋଲାର ସେଟ୍ ଉତ୍ପାଦନ ହେବ। ଏଥି ପାଇଁ ୧୦,୦୦୦ କୋଟି ଟଙ୍କା ନିବେଶ ହେବ। ଏହି ପ୍ରକଳ୍ପ ମାଧ୍ୟମରେ ୫ହଜାର ଜଣଙ୍କୁ ପ୍ରତକ୍ଷ୍ୟ ଓ ପରୋକ୍ଷ ନିଯୁକ୍ତି ଦିଆଯାଇପାରିବ। ଏତଦ୍ ବ୍ୟତୀତ ଓଡ଼ିଶାର ଖାଦ୍ୟ ପ୍ରତ୍ସୋହନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାକୁ କ୍ୟାବିନେଟ ଅନୁମୋଦନ ଦେଇଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ