ଏଣିକି ହ୍ବାଟ୍ସଆପ୍ରେ ରାଜସ୍ବ ସେବା ମିଳିବ
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସେବା ଯୋଗାଇ ଦିଆଯିବ। ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ। ସମୟସୀମା ମଧ୍ୟରେ ସମସ୍ୟାର ସମାଧାନ କରାଯିବ। ଦୁର୍ନୀତି ବନ୍ଦ ସହ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି।
ଦୁର୍ନୀତି ଅଭିଯୋଗ ଆସିଲେ ସଂପୃକ୍ତ ଅଧିକାରୀଙ୍କ ଉପରେ କଡ଼ା ଆକ୍ସନ ନିଆଯିବ। କାମ ନ ହେଲେ ରାଜସ୍ବ ମନ୍ତ୍ରୀଙ୍କୁ ହ୍ବାଟ୍ସ ଆପ୍ରେ ଅଭିଯୋଗ କରିପାରିବେ ଲୋକେ। ଆସନ୍ତାକାଲି ହ୍ବାଟ୍ସଆପ୍ ସେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିବେ।