୨୦୨୬-୨୭ ବର୍ଷ ପାଇଁ ରାଜ୍ୟ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ

୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର କୋଟିି ବଜେଟ୍‌ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ଆସିବା ପରେ ରାଜ୍ୟରେ ଅନେକ କିଛି ପରିବର୍ତ୍ତନ ଘଟିଛି। ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି। ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ଓଡ଼ିଶାକୁ ପ୍ରାଧାନ୍ୟ ଦେଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।ବଜେଟ୍‌ ଉପସ୍ଥାପନ ପୂର୍ବରୁ ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଆଜି ବିକାଶର ଏକ ସୁବର୍ଣ୍ଣ ଯୁଗ ଆଡ଼କୁ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ୁଛି। ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ମୁଣ୍ଡପିଛା ଆୟ ବୃଦ୍ଧି, ଶିଳ୍ପ, ସେବା ଓ ମହିଳା ଶ୍ରମଶକ୍ତିରେ ଅଭିବୃଦ୍ଧି ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଆଶାର ଏକ ନୂତନ ସନ୍ଦେଶ ଆଣିଛି। ଏହା କେବଳ ଏକ ପରିସଂଖ୍ୟାନ ନୁହେଁ ବରଂ ସାଢ଼େ ୪କୋଟି ଓଡ଼ିଆଙ୍କ ସଂକଳ୍ପ ଓ ପରିଶ୍ରମର ପ୍ରତିଫଳନ।

Leave a comment