ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ । ଫଗୁ ଦଶମୀ ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ । ଆସନ୍ତା ଚତୁର୍ଦ୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ । ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜ୍ଜିତ କରାଯିବ । ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ । ସେପଟେ ଆସନ୍ତା ୨ ତାରିଖରେ ମେଣ୍ଢାପୋଡି ଉତ୍ସବ ଅନୁଷ୍ଠିତ ହେବ । ଏହାସହ ୩ ତାରିଖ ମଙ୍ଗଳବାରରେ ଦୋଳପୂର୍ଣ୍ଣିମା ଅବସରରେ ଚତୁର୍ଦ୍ଧାବିଗ୍ରହ ସୁନାବେଶରେ ଦର୍ଶନ ଦେଵେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ