ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି

ଆଜି ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରା ଟଙ୍କା। ରାଜ୍ୟର ୧ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି। ସୁଭଦ୍ରା ଯୋଜନାର ୪ର୍ଥ କିସ୍ତିରେ ୫ ହଜାର ଟଙ୍କା ଲେଖାଏ ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକକାଳୀନ ୫ହଜାର କୋଟିରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ମୋଟ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ। ୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ହିତାଧିକାରୀଙ୍କୁ ମଧ୍ୟ ମିଳିବ ସୁଭଦ୍ରା କିସ୍ତି ।ପୁରୀର ତାଳବଣିଆଠାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏଥିପାଇଁ ତାଳବଣିଆ ପଡ଼ିଆରେ ପୁରୀ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ାଙ୍କ ସହ ପୁରୀ ଜିଲ୍ଲାର ବିଧାୟକ ମାନେ ମଧ୍ୟ ଯୋଗ ଦେବେ। ପୁରୀ ଜିଲ୍ଲାର ପ୍ରାୟ ୨୦ ହଜାର ମହିଳା ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave a comment